Home Odishaମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ: ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ: ପ୍ରତିମୂର୍ତ୍ତିରେ ପୁଷ୍ପାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

by Lokanath Panigrahi
0 comments

ଭୁବନେଶ୍ୱର, ୨୨ ଜୁଲାଇ: ଓଡ଼ିଶାର ବିଶିଷ୍ଟ ସ୍ୱାଧୀନତା ସଂଗ୍ରାମୀ ଓ ସମାଜସେବୀ ମା’ ରମାଦେବୀଙ୍କ ଶ୍ରାଦ୍ଧ ବାର୍ଷିକୀ ଅବସରରେ ବୁଧବାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରସ୍ଥିତ ଓଡ଼ିଶା ବିଧାନସଭା ପରିସର ନିକଟରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ସ୍ୱାଧୀନତା ସଂଗ୍ରାମ, ସମାଜ ସଂସ୍କାର ଓ ନାରୀ ସଶକ୍ତିକରଣ କ୍ଷେତ୍ରରେ ମା’ ରମାଦେବୀଙ୍କ ଅବଦାନ ଅତୁଳନୀୟ। ସେ ସେବା, ତ୍ୟାଗ ଓ ଦେଶପ୍ରେମର ଜୀବନ୍ତ ପ୍ରତୀକ ଥିଲେ। ତାଙ୍କ ଆଦର୍ଶ ଏବଂ ସମାଜସେବାର ବାର୍ତ୍ତା ଆଜି ମଧ୍ୟ ଏକ ସଶକ୍ତ ସମାଜ ଓ ସମୃଦ୍ଧ ରାଷ୍ଟ୍ର ଗଠନ ପାଇଁ ସମସ୍ତଙ୍କୁ ପ୍ରେରଣା ଯୋଗାଉଛି।

ଶ୍ରଦ୍ଧାଞ୍ଜଳି କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢ଼ୀ, ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି, ସମାଜସେବୀ, ବୁଦ୍ଧିଜୀବୀ ଓ ସରକାରୀ ଅଧିକାରୀ ଯୋଗଦେଇ ମା’ ରମାଦେବୀଙ୍କ ସ୍ମୃତିଚାରଣ କରିଥିଲେ।

You may also like

Leave a Comment