Home Odishaମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବନିର୍ବାଚିତ ଛାତ୍ର ପ୍ରତିନିଧି, କ୍ୟାମ୍ପସ ବିକାଶ ଉପରେ ଆଲୋଚନା

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନବନିର୍ବାଚିତ ଛାତ୍ର ପ୍ରତିନିଧି, କ୍ୟାମ୍ପସ ବିକାଶ ଉପରେ ଆଲୋଚନା

by Lokanath Panigrahi
0 comments

ଭୁବନେଶ୍ୱର: ଛାତ୍ର ସଂସଦ ନିର୍ବାଚନରେ ବିଜୟୀ ହୋଇଥିବା ଛାତ୍ର ପ୍ରତିନିଧିମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ତାଙ୍କ ବାସଭବନରେ ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥରକ୍ଷା, ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ଏବଂ ଶିକ୍ଷାନୁଷ୍ଠାନଗୁଡ଼ିକର ବିକାଶ ସମ୍ପର୍କରେ ଆଲୋଚନା ହୋଇଛି।

ସାକ୍ଷାତ୍‌କାର ସମୟରେ ମୁଖ୍ୟମନ୍ତ୍ରୀ ନବନିର୍ବାଚିତ ଛାତ୍ର ପ୍ରତିନିଧିମାନଙ୍କୁ ଅଭିନନ୍ଦନ ଜଣାଇବା ସହ ନିଜ ନିଜ ଶିକ୍ଷାନୁଷ୍ଠାନରେ ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ ଏବଂ ସେମାନଙ୍କ ଅଧିକାରର ସୁରକ୍ଷା ଦିଗରେ କାର୍ଯ୍ୟ କରିବାକୁ ଆଶାବ୍ୟକ୍ତ କରିଛନ୍ତି।

କ୍ୟାମ୍ପସରେ ଏକ ସୁସ୍ଥ ଓ ଉନ୍ନତ ଶୈକ୍ଷିକ ପରିବେଶ ସୃଷ୍ଟି କରିବା ସହ ଶିକ୍ଷାର ମାନ ବୃଦ୍ଧିରେ ଛାତ୍ର ପ୍ରତିନିଧିମାନେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନେବେ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ଅନ୍ୟପକ୍ଷରେ, ଛାତ୍ରଛାତ୍ରୀଙ୍କ ସମସ୍ୟାର ସମାଧାନ, ଶିକ୍ଷାନୁଷ୍ଠାନର ଭିତ୍ତିଭୂମି ଓ ସାମଗ୍ରିକ ବିକାଶ ଏବଂ କ୍ୟାମ୍ପସରେ ଉନ୍ନତ ଶୈକ୍ଷିକ ପରିବେଶ ଗଠନ ଦିଗରେ ସକ୍ରିୟ ଭାବେ କାର୍ଯ୍ୟ କରିବାକୁ ବିଜୟୀ ଛାତ୍ର ପ୍ରତିନିଧିମାନେ ମତ ପ୍ରକାଶ କରିଛନ୍ତି।

You may also like

Leave a Comment