ନୟାଗଡ଼ ବାଇପାସ ରାସ୍ତାରେ ଭୋର ସମୟରେ ଏକ ଯାତ୍ରୀବାହୀ ବସ୍ ଓଲଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦାରିଙ୍ଗବାଡ଼ିରୁ ଭୁବନେଶ୍ୱର ଯାଉଥିବା ଏକ ଘରୋଇ ବସ୍ ଭାରସାମ୍ୟ ହରାଇ ବାଇପାସ ରାସ୍ତାରେ ଓଲଟି ପଡ଼ିଥିଲା।
ଦୁର୍ଘଟଣା ସମୟରେ ବସ୍ରେ ପ୍ରାୟ ୪୦ ଜଣ ଯାତ୍ରୀ ଥିବା ଜଣାପଡ଼ିଛି। ବସ୍ଟି ଓଲଟିଯିବା ପରେ କିଛି ଯାତ୍ରୀ ଏହା ଭିତରେ ଫସି ରହିଥିଲେ। ପରେ ବସ୍ର ଆଗ କାଚ ଭାଙ୍ଗି ଫସିଥିବା ଯାତ୍ରୀମାନଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଥିଲା।ଏହି ଦୁର୍ଘଟଣାରେ ୩ ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ତୁରନ୍ତ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି। ସେଠାରେ ସେମାନଙ୍କର ଚିକିତ୍ସା ଚାଲିଛି।
ଦୁର୍ଘଟଣା ଖବର ପାଇବା ପରେ ସ୍ଥାନୀୟ ଲୋକେ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ଯାତ୍ରୀମାନଙ୍କୁ ବସ୍ ଭିତରୁ ବାହାର କରିଥିଲେ। ବସ୍ଟି କେଉଁ କାରଣରୁ ଭାରସାମ୍ୟ ହରାଇଲା, ସେନେଇ ତଦନ୍ତ ପରେ ସ୍ପଷ୍ଟ ହେବ। ଘଟଣାକୁ ନେଇ ବାଇପାସ ଅଞ୍ଚଳରେ କିଛି ସମୟ ପାଇଁ ଚାପା ଉତ୍ତେଜନା ସୃଷ୍ଟି ହୋଇଥିଲା।
